ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ଉପରେ ମତ ଦେଲେ ସୁପ୍ରିମ୍କୋର୍ଟ: ‘ମାଆମାନଙ୍କ ଗୋପନୀୟତା ସୁନିଶ୍ଚିତ କର’
ନୂଆଦିଲ୍ଲୀ: ସର୍ବସାଧାରଣ ସ୍ଥାନରେ ଶିଶୁମାନଙ୍କୁ ସ୍ତନ୍ୟପାନ କରାଇବା ପାଇଁ ସ୍ବତନ୍ତ୍ର କକ୍ଷ ରହିବା ସମ୍ପର୍କରେ ପୂର୍ବ ପରାମର୍ଶ ସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ଚିଠି ପଠାଇବାକୁ ସୁପ୍ରିମ୍କୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ବିଭି ନାଗରତ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ସ୍ମାରକପତ୍ର ଆକାରରେ ଏହାର ପରାମର୍ଶକୁ ଅନ୍ତର୍ଭୁକ୍ତ କରିବାକୁ କେନ୍ଦ୍ର ସରକାରଙ୍କୁ କହିଛନ୍ତି। ଅଦାଲତ କହିଛନ୍ତି ଯେ, ରାଜ୍ୟମାନେ ଏହି ନିର୍ଦ୍ଦେଶାବଳୀକୁ ଯଥାସମ୍ଭବ […]