ରାଜନଗର : ମାଟ୍ରିକ ପରୀକ୍ଷାର୍ଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ନାଳକୁ ଓଲଟିଲା ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ । ରାଜନଗର ବିବେକାନନ୍ଦ ହାଇସ୍କୁଲ ବାଘମାରିର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଏକ ବୋଲେରୋରେ ଯିବା ସମୟରେ ଏପରି ଦୁର୍ଘଟଣା ଘଟିଛି । ଗାଡ଼ିରେ ୧୨ ଜଣ ଛାତ୍ରଛାତ୍ରୀ ଥିଲେ । ସମସ୍ତଙ୍କୁ ଉଦ୍ଧାର କରାଯାଇ ତାଳଚୁଆ ମେଡିକାଲରେ ଭର୍ତ୍ତି କରାଯାଇଛି । ସେହିପରି ଗୁରୁତର ଥିବା ଛାତ୍ରଛାତ୍ରୀଙ୍କୁ ଡାଙ୍ଗମାଳ ମେଡିକାଲରେ ଚିକିତ୍ସିତ କରାଯାଉଛି । ତେବେ ସାଇକେଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି ।
ଅନ୍ୟପଟେ ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ରାଜ୍ୟର ୩୧୩୩ ଟି ସେଣ୍ଟରରେ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଆଜି ପ୍ରଥମ ଦିନରେ ପ୍ରଥମ ଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ମାର୍ଚ୍ଚ ୬ ଯାଏ ପରୀକ୍ଷା ଚାଲିବ । ସକାଳ ୯ ଟାରୁ ସାଢ଼େ ୧୧ ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ପ ରୀକ୍ଷାର୍ଥୀମାନେ ସକାଳ ସାଢ଼େ ୭ ଟାରୁ ପରୀକ୍ଷା କେନ୍ଦ୍ରରେ ପ୍ରଵେଶ କରି ପାରିବେ ।