ଝାରସୁଗୁଡା: ୨ ଫେରାର ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଏନ୍ କାଉଣ୍ଟର । ବେଲପାହାଡ଼- ଝାରସୁଗୁଡା ରାସ୍ତାରେ ଏନକାଉଣ୍ଟର ହୋଇଛି । ଦୁଇ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ଝାରସୁଗୁଡ଼ା ପୋଲିସ । ଦୁଇ ଅଭିଯୁକ୍ତ ହେଲେ ଶେଖ ଆସିଫ ଓ ଅଭିଷେକ ବାରିକ । ସେମାନଙ୍କୁ ଧରିବା ପାଇଁ ଯାଇଥିବା ବେଳେ ପୋଲିସ ଉପରକୁ ଏମାନେ ଆକ୍ରମଣ କରିଥିଲେ। ପୋଲିସର ପାଲଟା ଗୁଳିରେ ଦୁଇ ଅଭିଯୁକ୍ତ ଆହତ ହୋଇଛନ୍ତି । ଉଭୟଙ୍କୁ ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।
