ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ: ପ୍ରଦୂଷଣ ବୋର୍ଡର ପୂର୍ବତନ ରିଜିଓନାଲ ମ୍ୟାନେଜରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବାରୋପ କରିଆସିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି।

 

LEAVE A COMMENT