କ୍ରୀଡା

ଆଇସିସି ବିଶ୍ବକପ୍ : କ୍ବିଣ୍ଟନ ଡି’କକଙ୍କ ଶତକ, ଅଷ୍ଟ୍ରେଲିଆ ଆଗରେ ୩୧୨ ରନର ବିଜୟ ଲକ୍ଷ୍ୟ – Utkal Mail


ଲକ୍ଷ୍ନୌ : ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକନା କ୍ରିକେଟ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ବିଶ୍ବକପ୍ କ୍ରିକେଟର ଏକ ମ୍ୟାଚରେ ଅଷ୍ଟ୍ରେଲିଆ ଆଗରେ  ୩୧୨ ରନର ବିଜୟ ଲକ୍ଷ୍ୟ ରଖିଛି ଦକ୍ଷିଣ ଆଫ୍ରିକା ।

ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକାର ଦୁଇ ଓପନର  କ୍ବିଣ୍ଟନ ଡି’କକ୍ ଓ ଟେମ୍ବା ବାଭୁମା ଆରମ୍ଭରୁ ଲଢୁଆ ବ୍ୟାଟିଂ କରି ଦଳ ପାଇଁ ଏକ ଭଲ ମୂଳଦୂଆ ପକାଇଥିଲେ । ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ ଶତକ ହାସଲ କରିଥିବା ଡି’କକ୍ ଏହି ମ୍ୟାଚରେ ବି ଶତକ ହାସଲ କରିଥିଲେ । ବାଭୁମା ୩୫ ରନ କରିଥିଲେ । ସେହିପରି ଆଉଡେନ ମାର୍କରାମ୍ ୫୬ ରନ କରିଥିଲେ । ହେନେରିକ୍ କ୍ଲାସେନ ୨୯ ରନ କରିଥିଲେ । ଦଳ ନିର୍ଦ୍ଧାରିତ ୫୦ ଓଭରରେ ୭ ଓ୍ବିକେଟ ହରାଇ ୩୧୧ ରନ କରିଥିଲା ।

ଦକ୍ଷିଣ ଆଫ୍ରିକା ନିଜର ପ୍ରଥମ ମ୍ୟାଚରେ ଶ୍ରୀଲଙ୍କାକୁ ପରାସ୍ତ କରିଥିବାବେଳେ ଅଷ୍ଟ୍ରେଲିଆ ନିଜର ପ୍ରଥମ ମ୍ୟାଚରେ ଭାରତଠାରୁ ହାରିଯାଇଥିଲା । ଏଣୁ ଏହି ମ୍ୟାଚରେ ଜିତିବା ଅଷ୍ଟ୍ରେଲିଆ ପାଇଁ ବେଶ ଗୁରୁତ୍ବପୂର୍ଣ୍ଣ ।




utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button