ଓଡିଶା
ଗଦି ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ଭୁବନେଶ୍ୱର: ହୁତୁହୁତୁ ହୋଇ ଜଳିଗଲା ଗଦି କାରଖାନା । ଭୁବନେଶ୍ୱର ସ୍ଥିତ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଗଦି କାରଖାନାରେ ଦେଖିବାକୁ ମିଳିଛି ଏଭଳି ଭୟଙ୍କର ଅଗ୍ନିକାଣ୍ଡ । ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡରେ ହୁହୁ ହୋଇ ଜଳିଯାଇଛି ଗଦି କାରଖାନା । ଟିକେ. ଫୋମ ଇଣ୍ଡଷ୍ଟ୍ରୀରେ ଏହି ନିଆଁ ଲାଗିଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଭୟଙ୍କର ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଥିବା ବେଳେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ ।