ଓଡିଶା
ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ ପାଇଁ ୩୨୪ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ – Utkal Mail
ଭୁବନେଶ୍ବର: ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରକଳ୍ପଟି ହେଉଛି ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ଏହାଦ୍ବାରା ବୌଦ୍ଧ ଜିଲ୍ଲାର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ ସେଠାରେ ସେ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।