ଓଡିଶା

ଭରତପୁର ଥାନା କାଣ୍ଡ; ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ

ଭୁବନେଶ୍ୱର ସ୍ଥିତ ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଓ ଦୁର୍ବ୍ୟବହାର ମାମଲାରେ ନିଲମ୍ବିତ IIC ଦିନକୃଷ୍ଣ ମିଶ୍ର ଓ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି। ମେଜରଙ୍କ ଲଖିତ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଏହି ମାମଲା ରୁଜୁ କରିଛି। କ୍ରାଇମବ୍ରାଞ୍ଚ କେସ୍ ନଂ ୧୧/୨୦୨୪ରେ ଅପରାଧିକ ମାମଲା ରୁଜୁ କରିଥିବା ଜଣାଯାଇଛି।

କିଛି ଦିନ ପୂର୍ବରୁ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ପୁଲିସ ଡିଜି ଡିଜି ୱାଇ.ବି. ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ପରେ କ୍ରାଇମବ୍ରାଞ୍ଚ ଭରତପୁର ଥାନାକୁ ଯାଇ ଖୋଳତାଡ଼ କରିବା ସହ ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା। ଏବେ ନିଲମ୍ବିତ IIC ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି।

ଘଟଣାକ୍ରମେ ୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାର୍ରେ ଯାଉଥିଲେ। କିନ୍ତୁ ମଝି ରାସ୍ତାରେ ୨ଟି କାର୍ରେ କିଛି ରୋଡ୍ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେମାନେ ଭରତପୁର ଥାନାକୁ ଯାଇଥିଲେ।

କିନ୍ତୁ ପୁଲିସ୍ ରୋଡ୍ ରୋମିଓଙ୍କୁ ଧରିବ କ’ଣ ପ୍ରଥମେ ଲିଖିତ ଏତଲା ଦାବି କରିଥିଲା। ଏହାକୁ ନେଇ ପୁଲିସ ଓ ସେନା ଅଧିକାରୀଙ୍କ ମଧ୍ୟରେ ଲାଗିଥିଲା ଯୁକ୍ତିତର୍କ। ତାହାରି ଭିତରେ ଗୁରୁବଂଶଙ୍କୁ ରାତିତମାମ୍ ଲକ୍ଅପ୍ରେ ରଖିଥିଲା ପୁଲିସ୍। ତାଙ୍କ ବାନ୍ଧବୀଙ୍କୁ ଉପସ୍ଥିତ ପୁଲିସ କର୍ମଚାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବା ଗୁରୁବଂଶ ଅଭିଯୋଗ କରିଥିଲେ। କେବଳ ଏତିକି ନୁହେଁ, ଭରତପୁର ଥାନା ଆଇଆଇସି ଦୁଷ୍କର୍ମ ଧମକ ଦେଇଥିବା ମଧ୍ୟ ଅଭିଯୋଗ କରିଥିଲେ ସେନା ଅଧିକାରୀ ।

ପରବର୍ତ୍ତୀ ସମୟରେ ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ଗିରଫ କରାଯାଇ ଝାରପଡ଼ା ଜେଲ୍କୁ ପଠାଇ ଦିଆଯାଇଥିଲା। ପୁଲିସ୍ର ଅତ୍ୟଧିକ ମାଡ଼ରେ ଲହୁଲୁହାଣ ହୋଇ ସେ ଏବେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ତାଙ୍କ ଜାମିନ ବି ମଞ୍ଜୁର ହୋଇ ଯାଇଛି।

ଏହି ଘଟଣା ଧୀରେ ଧୀରେ ଉଗ୍ର ରୂପ ଧାରଣ କରିବା ସହ ଅବସରପ୍ରାପ୍ତ ସେନା କର୍ମଚାରୀ ପୁଲିସ୍ର ଏପରି ବ୍ୟବହାରକୁ ତୀବ୍ର ବିରୋଧ କରିଥିଲେ। ଏହାପରେ ତତ୍କ୍ଷଣାତ ଆଇଆଇସିଙ୍କ ସମେତ ୫ ପୁଲିସ୍ କର୍ମଚାରୀଙ୍କୁ ପ୍ରଥମେ ବଦଳି ଓ ପରେ ନିଲମ୍ବିତ କରାଯାଇଥିଲା।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button