ଓଡିଶା

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ନମୁନା ପ୍ରଶ୍ନପତ୍ର – Utkal Mail



କଟକ : ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ଏହି ପ୍ରଶ୍ନପତ୍ର ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲା ଶିକ୍ଷା ଅଧିକାରୀ ଙ୍କୁ ନିର୍ଦେଶ ଦିଆଯାଇଛି।

ନିର୍ଦେଶକ ସୁଶାନ୍ତ କୁମାର ଦାଶ ଏନେଇ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି। ଓଡ଼ିଆ, ଇଂରାଜୀ, ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ ବିଷୟର ଗୋଟିଏ ଲେଖାଏଁ ସେଟ୍‌ ନମୁନା ପ୍ରଶ୍ନପତ୍ର ପଠାଯାଇଛି।

ବାର୍ଷିକ ପରୀକ୍ଷାରେ ସମାନ ଢଙ୍ଗର ପ୍ରଶ୍ନପତ୍ର ପଡ଼ିବ। ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ଏହି ପ୍ରଶ୍ନପତ୍ର ସହାୟକ ହେବ। ଡିଇଓ ପ୍ରଶ୍ନପତ୍ରଗୁଡ଼ିକୁ ବିଦ୍ୟାଳୟ ସ୍ତରରେ କିଭଳି ବିତରଣ ହେବ ସେ ଦିଗରେ ପଦକ୍ଷେପ ନେବେ। ପ୍ରଧାନଶିକ୍ଷକଙ୍କୁ ପ୍ରଶ୍ନପତ୍ର ପଠାଇବା ସହ ସମସ୍ତ ଛାତ୍ରଛାତ୍ରୀଙ୍କ ନିକଟରେ ପ୍ରଶ୍ନପତ୍ର ପହଞ୍ଚାଇବାକୁ ଡିଇଓ ବ୍ୟବସ୍ଥା କରିବେ। ଜିଲ୍ଲାସ୍ତରର ଅଭିଜ୍ଞ ଶିକ୍ଷକଙ୍କ ଦ୍ବାରା ପ୍ରଶ୍ନପତ୍ର ପ୍ରସ୍ତୁତ କରି ଡିଜିଟାଲ କ୍ବଶ୍ଚିନ୍ ବ୍ୟାଙ୍କ ପାଇଁ ନିର୍ଦ୍ଦେଶାଳୟକୁ ପଠାଇବ ।




utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button