ଓଡିଶା

ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା

ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସକାଳ ୮ଟା ୩୦ ଯାଏଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଆଜି ସକାଳ ସାଢେ ୮ଟାରୁ ଆସନ୍ତାକାଲି ସକାଳ ସାଢେ ୮ଟା ଯାଏଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୨୦ ସେମି ବର୍ଷା ପାଇଁ ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡା, ଗଂଜାମ କୋରାପୁଟ, ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଆସନ୍ତାକାଲି ପାଇଁ କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୧ରୁ ବର୍ଷାର ପ୍ରଭାବ କମିବ ବୋଲି ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button