ଓଡିଶା

ଲୋକପ୍ରିୟତା ଦୃଷ୍ଟିରୁ ନବୀନ ପଟ୍ଟନାୟକ ପୁଣିଥରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ବଜାୟ ରହିଛି । ଇଣ୍ଡିଆ ଟୁଡେ -ସି ଭୋଟର ଦ୍ୱାରା କରାଯାଇଥିବା ଭୋଟ ଅନୁସାରେ ନିଜ ରାଜ୍ୟରେ ୭୩ ଦଶମିକ ୨ ପ୍ରତିଶତ ଲୋକ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ଅଛନ୍ତି । ଇଣ୍ଡିଆ ଟୁଡେ-ସି ଭୋଟର ସର୍ଭେ ଅନୁସାରେ ଓଡ଼ିଶାରେ ସବୁଠୁ ଅଧିକ ସମୟ ମୁଖ୍ୟମନ୍ତ୍ରୀ ରହିଆସିଥିବା ନବୀନ ପଟ୍ଟନାୟକ ଲୋକପ୍ରିୟତା ଦୃଷ୍ଟିରୁ ଏକ ନମ୍ବର ସ୍ଥାନରେ ଅଛନ୍ତି। ତାଙ୍କ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଅଛନ୍ତି । ୬୯ ଦଶମିକ ୨ ପ୍ରତିଶତ ଲୋକ କେଜରିୱାଲଙ୍କୁ ପସନ୍ଦ କରନ୍ତି। ୬୮ ଦଶମିକ ୩ ପ୍ରତିଶତ ସହ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱାସ ଶର୍ମା ତୃତୀୟ ସ୍ଥାନରେ ଅଛନ୍ତି। ତାଙ୍କ ପଛକୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୈ।ହାନ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍ .କେ ଷ୍ଟାଲିନ , ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଓ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଅଛନ୍ତି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button