ଓଡିଶା

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା କଳାକାରଙ୍କ ଭତ୍ତା

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି । ଏହି ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ।।

ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା । ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ । ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି ।

ଅଶି ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୦୦୦/-ଙ୍କା (ଦୁଇ ହଜାର ଟଙ୍କା)କୁ ଓ ଅଶି ବର୍ଷରୁ ଊର୍ଦ୍ଧ୍ଵ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୫୦୦/-ଙ୍କା (ଦୁଇ ହଜାର ପାଞ୍ଚଶହ ଟଙ୍କା)କୁ ବୃଦ୍ଧି କରାଯାଇଅଛି ।

ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ DBT ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ । ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button