ଓଡିଶା

ଭୁବନେଶ୍ୱର : ୨୪ରୁ ଆହୁରି ବଢ଼ିବ ବର୍ଷା । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ଦକ୍ଷିଣ ବାଂଲାଦେଶ ଓ ତତସଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ। ଏହାସହ ରାଜ୍ୟ ଉପରେ ବର୍ତ୍ତମାନ ମୌସୁମୀ ସକ୍ରିୟ ରହିଥିବାବେଳେ ଝାଡ଼ଖଣ୍ଡ ଓ ତାର ଆଖପାଖରେ ମଧ୍ୟ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।

ଏହା ଆଗକୁ ଅଧିକ ଘନୀଭୂତ ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆଜି ଓ କାଲି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉପକୂଳ ଓ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ ।

ସେହିପରି ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ବିଭିନ୍ନ ସ୍ଥାନରେ ସେହିପରି ୨୪ ଓ ୨୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button