ଓଡିଶା
୯ରୁ ଆହୁରି ଜାଳିବ ଖରା , ଆସନ୍ତା ୨୪ଘଣ୍ଟାରେ କାଳବୈଶାଖୀ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : କାଳବୈଶାଖୀ ଯୋଗୁ ରାଜ୍ୟରେ ଦିନ ତାପମାତ୍ରା ହ୍ରାସ ପାଇଛି । ସମସ୍ତ ଅଞ୍ଚଳରେ ପାରଦ ୪୦ଡିଗ୍ରୀ ତଳେ ରହିଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ଯେ, କିଛିଦିନ ବ୍ୟବଧାନରେ ପୁଣି ରାଜ୍ୟକୁ ଫେରିବ ତାତି । ଆସନ୍ତା ୯ରୁ ରାଜ୍ୟର ଅନେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ରହିଛି । ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ସମୟରେ ପାରଦ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଏବଂ ନବରଙ୍ଗପୁର ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ବିଜୁଳି ଘଡଘଡି ସହ ଝଡବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।