ଓଡିଶା

ବନ ବିଭାଗ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଅଭିଯୋଗ, ରେଞ୍ଜରଙ୍କ ସମେତ ୯ ଅଟକ

କଟକ – ବନବିଭାଗ ହେପାଜତରେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଅଭିଯୋଗ । ଏହି ଘଟଣାରେ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସମେତ ୭ଜଣଙ୍କୁ ଧରି ଆଠଗଡ଼ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଆଠଗଡ଼ ବନଖଣ୍ଡର ୨ ଏସିଏଫ ବି ଥାନାରେ ଅଟକ ରଖାଯାଇଛି। ସେମାନେ ହେଲେ ଘନଶ୍ୟାମ ମୁଦୁଲି ଓ ହରେକୃଷ୍ଣ ମଲ୍ଲିକ।

ମିଳିଥିବା ସୂଚନା ଅନୁଯାୟୀ କିଛି ଦିନ ତଳେ ବଡ଼ମ୍ବା ଏବଂ ହିନ୍ଦୋଳ ସଂରକ୍ଷିତ ଜଙ୍ଗଲର ସୀମାବର୍ତ୍ତୀ ଅଞ୍ଚଳରୁ ଏକ ଗଳିତ ଗୁଳିବିଦ୍ଧ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମାମଲାରେ ବନ ବିଭାଗ ଜଣଙ୍କୁ ଅଟକ ରଖିଥିଲା। କିନ୍ତୁ ରେଞ୍ଜରଙ୍କ ହେପାଜତରେ ଥିବା ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିଲା। ମୃତକ ଧନେଶ୍ଵର ଖୁଣ୍ଟକଟା ସାତଗୋଛିଆ ଗାଁର ବାସିନ୍ଦା।କିଭଳି ପରିସ୍ଥିତିରେ ଧନେଶ୍ୱରଙ୍କ ମୃତ୍ୟୁ ହୋଇଥିଲା, ସେନେଇ ତଦନ୍ତ ଜାରି ରଖିଛି ଆଠଗଡ଼ ଥାନା ପୋଲିସ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button