ଶିକ୍ଷା

ଆସନ୍ତା ୧୮ରୁ +୨ ପରୀକ୍ଷା, କଡ଼ା ସୁରକ୍ଷାରେ ଭିତରେ ହବକୁ ଗଲା ପ୍ରଶ୍ନପତ୍ର

କଟକ : ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖ ଠାରୁ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ +୨ ଥିଓରୀ ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଆଜିଠୁ ପରୀକ୍ଷା ହବକୁ ଗଲା +୨ ପରୀକ୍ଷା ପ୍ରଶ୍ନପତ୍ର । କଡ଼ାକଡ଼ି ସୁରକ୍ଷାରେ ଏହି ପ୍ରଶ୍ନପତ୍ରକୁ ହବକୁ ପଠାଯାଇଛି।

ସୂଚନା ଅନୁଯାୟୀ, ରାଜ୍ୟରେ ଥିବା ମୋଟ ୨୦୫ଟି ହବରେ ପ୍ରଶ୍ନପତ୍ର ରଖାଯିବ । ପରୀକ୍ଷା ଦିନ ହବ୍‌ରୁ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ। ଅନ୍ୟପକ୍ଷରେ ଚଳିତ ବର୍ଷ ପରିଷଦ କାର୍ଯ୍ୟାଳୟରେ ୫ ଶହ ଶିକ୍ଷାନୁଷ୍ଠାନର ସିଧା ପ୍ରସାରଣ ସିସିଟିଭି ମାଧ୍ୟମରେ ପରିଷଦ କାର୍ଯ୍ୟାଳୟରେ ଯାଞ୍ଚ କରାଯିବ । ଏଥିସହ ପ୍ରଶ୍ନପତ୍ର ଲିକ୍ ଉପରେ ମଧ୍ୟ କଡ଼ା ନଜର ରଖାଯାଇଛି । କପି ରୋକିବା ନେଇ ଗଠନ ହୋଇଛି ଜିଲ୍ଲାସ୍ତରୀୟ ସ୍କ୍ୱାଡ୍ । ବଡ଼ ଜିଲ୍ଲାରେ ୨ଟି ଓ ଛୋଟ ଜିଲ୍ଲାରେ ଗୋଟିଏ ରହିବେ ସ୍କ୍ୱାଡ୍ । ଅନ୍ୟପକ୍ଷରେ ପରୀକ୍ଷା ସରିବାର ୪୫ ଦିନ ମଧ୍ୟରେ ଫଳ ଘୋଷଣା କରାଯିବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button