ଓଡିଶା

ଉତ୍ତମ ମହାନ୍ତିଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ସହ ଅନ୍ୟ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । କଳା ଜଗତରେ ଏହା ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ଅନେକ ଚଳଚ୍ଚିତ୍ରରେ ସେ ଛାଡ଼ି ଯାଇଥିବା ଛାପ ଲୋକଙ୍କ ହୃଦୟରେ ତାଙ୍କୁ ଚିର ଅମର କରି ରଖିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।

 

ସେହିପରି ଉତ୍ତମ ମହାନ୍ତିଙ୍କ ଦେହାନ୍ତକୁ ନେଇ ଅଚ୍ୟୁତ ସାମନ୍ତ କହିଛନ୍ତି ଯେ ,ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରବାଦ ପୁରୁଷ ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଉତ୍ତମ ମହାନ୍ତି କେବଳ ଉତ୍ତମ ଅଭିନେତା ନ ଥିଲେ ଉତ୍ତମ ଲୋକ ମଧ୍ଯ ଥିଲେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଉଛି । ବିଶିଷ୍ଠ ସିନେ ନିର୍ଦ୍ଦେଶକ ହିମାଂଶୁ ଶେଖର ଖଟୁଆ ମଧ୍ୟ ଉତ୍ତମ ମହାନ୍ତି ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

 

ସୂଚନା ଅନୁସାରେ ୬୭ ବୟସରେ ଚିରନିଦ୍ରାରେ ଶୋଇ ଯାଇଛନ୍ତି ଏହି ଏଭରଗ୍ରୀନ ଷ୍ଟାର ଉତ୍ତମ ମହାନ୍ତି । ଦିଲ୍ଲୀ ଗୁରୁଗାଓଁର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ତାଙ୍କ ପରଲୋକରେ ସାରା ଓଡ଼ିଶାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି  । ଗତ ୬ ତାରିଖରେ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବରର କିମ୍‌ସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଉନ୍ନତ ଚିକିତ୍ସା ପାଇଁ ୮ ତାରିଖରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ଲିଭର ସିରୋସିସ୍‌ ସହ ନିମୋନିଆର ଚିକିତ୍ସା ଚାଲିଥିଲା । ସେଠାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ଅଭିନେତ୍ରୀ ପତ୍ନୀ ଅପରାଜିତା, ପୁଅ ଅଭିନେତା ବାବୁଶାନ ଓ ବୋହୂ ତୃପ୍ତି ଉପସ୍ଥିତ ଥିଲେ। ତାଙ୍କ ବିୟୋଗ ଖବର ଓଲିଉଡ‌େ‌ର ଶୋକର ଛାୟା ଖେଳାଇ ଦେଇଛି ।  ଉତ୍ତମଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର‌୍ୟ୍ୟାଦାର ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button