ଓଡିଶା

ବୃନ୍ଦାବତୀ ନିବାସ ଆଗରେ ହବିଷ୍ୟାଳିଙ୍କ ଆନ୍ଦୋଳନ

ପୁରୀ: ୧୮ ତାରିଖରୁ ପୁରୀରେ କାର୍ତ୍ତିକ ବ୍ରତ ଆରମ୍ଭ । ଏଥିଲାଗି ପୁରୀରେ ଉଭୟ ଶ୍ରଦ୍ଧାଳୁ ଓ ହବିଷ୍ୟାଳିଙ୍କ ଭିଡ ଜମିଛି। ଚଳିତ ବର୍ଷ ୨୫ ଶହ ହବିଷ୍ୟାଳିଙ୍କ ରହିବା, ମହାପ୍ରସାଦ ସେବନ ଏବଂ ଶ୍ରୀମନ୍ଦିର ଦର୍ଶନ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭିଡ ନିୟନ୍ତ୍ରଣ ଲାଗି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଆସନ୍ତା ୧୮ତାରିଖରୁ କେବଳ ସିଂହଦ୍ବାର ଏବଂ ପଶ୍ଚିମ ଦ୍ବାର ଦେଇ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ଏହାରି ମଧ୍ୟରେ ଆଜି ହବିଷ୍ୟାଳି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ବୃନ୍ଦାବତୀ ନିବାସରେ ହବିଷ୍ୟାଳିମାନେ ଆନ୍ଦୋଳନ କରିଛନ୍ତି। ପଞ୍ଜୀକରଣ କରିନଥିବା ହବିଷ୍ୟାଳିମାନେ ରହିଣୀ ଦାବି କରି ଅସନ୍ତୋଷ ପ୍ରକାଶ କରିଛନ୍ତି। ପରେ ଖବର ପାଇ ଅତିରିକ୍ତ ଜିଲ୍ଲାପାଳ ଏବଂ ଉପ ଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଛନ୍ତି। ଏବଂ ପ୍ରଥମେ ପଞ୍ଜିକୃତ ହବିଷ୍ୟାଳି ଏବଂ ପରେ ସ୍ଥାନ ଫାଙ୍କା ରହିଲେ ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ଦିଆଯିବ ବୋଲି ଉପଜିଲ୍ଲାପାଳ ମତ ରଖିଛନ୍ତି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button