ବିଚାର

୪୦ ଡିଗ୍ରୀ ଟପିବ ତାପମାତ୍ରା, ୩ ଦିନ ଜଳିବ ପଶ୍ଚିମ ଓଡିଶା

ଭୁବନେଶ୍ୱର : ରାଜ୍ୟରେ ବଢୁଛି ପାରଦର ସ୍ତର ତାପମାତ୍ରା ବୃଦ୍ଧି ସହ ଅସମ୍ଭାଳ ତାତି ଦେଖୁବାକୁ ମିଳୁଛି । ଉପକୂଳରୁ ଉପାନ୍ତ ସବୁଠି ତାତି ଥିବା ବେଳେ ଜଳିବ ପଶ୍ଚିମ ଓଡ଼ିଶା । ହୋଲିରେ ବି ଟାଇଁ ଟାଇଁ ଖରା ହେବ । ଆସନ୍ତା ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ । ରାଜ୍ୟରେ ୨ରୁ ୪ ଡିଗ୍ରୀ ବଢ଼ିପାରେ ପାରଦ । ଆଜି ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ନେଇ ପାଣପାଗ ବିଭାଗର ଆକଳନ କରିଛି । ଗୁରୁବାର ଏବଂ ଶୁକ୍ରବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରକୋପ ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି କରିଛି ।

ଏହାସହ ଚଳିତ ସପ୍ତାହରେ ୩ ଦିନର ହିଟ ୱେବ ବା ଗ୍ରୀଷ୍ମ ପ୍ରବାହ ଜାରି କରିଛି ପାଣିପାଗ ବିଭାଗ । ୧୩, ୧୪ ଓ ୧୫ ତାରିଖ ୩ ଦିନ ହିଟୱେଭ ବିଭାଗ ଜାରି କରିଥିବା ବେଳେ ପଶ୍ଚିମ ଓଡିଶା ବା ଆଭ୍ୟନ୍ତରୀଣ ଓଡ଼ିଶାରେ ଅସ୍ତବ୍ୟସ୍ତ କରିବ ଅସମ୍ଭାଳ । “ପଶ୍ଚିମ ଓଡ଼ିଶାରେ ହୋଇପାରେ ନିଆଁବର୍ଷା ।  ପାରଦ ୪୦ ଡିଗ୍ରୀ ଉପରକୁ ପାର କରିବା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲା ପାଇଁ ସତର୍କତା ଜାରି କରିଛି କେନ୍ଦ୍ର । ୧୩ ତାରିଖ ରେ ୭ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ବରଗଡ଼ କୁ ୟେଲୋ ୱାର୍ଣିଂ ଜାରି  । ୧୪ ତାରିଖ ଓ ୧୫ ତାରିଖ ରେ ପ୍ରବଳ ଖରା ନେଇ ୮ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଅନୁଗୁଳ ଓ ବରଗଡ଼ କୁ କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାବାସୀଙ୍କୁ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି,” ବୋଲି କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶକା ମନୋରମା ମହାନ୍ତି ।

ଅନ୍ୟପଟେ ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ସାଢ଼େ ୩ଟା ଭିତରେ ଯେତେଦୂର ସମ୍ଭବ ଘରୁ ପଦାକୁ ନବାହାରିବା ପାଇଁ ପରାମର୍ଶ ଦେଇଛି SRC ଦିଆଯାଇଛି । ପରିସ୍ଥିତି ଉପରେ ନଜର ରଖି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ଏଥିସହ ୪-୫ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ତାତି । ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Related Articles

Leave a Reply

Your email address will not be published. Required fields are marked *

Back to top button