ଓଡିଶା

ବିଶିଷ୍ଟ କବି ରମାକାନ୍ତ ରଥଙ୍କ ପରଲୋକ, ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ହେବ ଶେଷକୃତ୍ୟ

ଭୁବନେଶ୍ବର: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ପରଲୋକ । ୯୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଶ୍ରୀରାଧା କବିତା ସଂକଳନ ପାଇଁ ସେ ଥିଲେ ପରିଚିତ । ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ରମାକାନ୍ତ ରଥ । ସେ ଥିଲେ ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ କବି । ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବା ଯୋଗଦେଇଥିଲେ ।

୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଥିଲେ । ଏହି ସମୟରେ ତାଙ୍କର କେତେ ଦିନର , ସନ୍ଦିଗ୍ଧ ମୃଗୟା , ସପ୍ତମ ରତୁ , ସଚିତ୍ର ଅନ୍ଧାର , ଶ୍ରୀରାଧା ଏବଂ ଶ୍ରେଷ୍ଠ କବିତା ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ମସିହାରେ ଶ୍ରୀରାଧା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ୨୦୦୬ରେ ପଦ୍ମଭୂଷଣରେ ସମ୍ମାନୀତ ହୋଇଥିଲେ ରମାକାନ୍ତ ।  ୨୦୧୮ରେ ଅତିବଡି ଜଗନ୍ନାଥ ଦାସ ସମ୍ମାନ ପାଇଥିଲେ । ତାଙ୍କ ପରଲୋକରେ ସାରସ୍ବତ ଜଗତରେ ଶୋକର ଛାୟା ଖେଳିଯାଇଛି । ଶେଷ ଦର୍ଶନ ପାଇଁ ତାଙ୍କ ବାସଭବନରେ ଭିଡ଼ ଜମିଛିି। ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ହେବ ଶେଷକୃତ୍ୟ ।

Related Articles

Leave a Reply

Your email address will not be published. Required fields are marked *

Back to top button