ଓଡିଶା

ତାତିରୁ ମିଳିବ ତ୍ରାହି, ରାଜ୍ୟରେ ୧୯ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାତି । ଏବେଠୁ ଅସହ୍ୟ ହେଲାଣି । ଆଗକୁ ଅସମ୍ଭାଳ ହେବ ଗ୍ରୀଷ୍ମପ୍ରବାହ । ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାର କଲାଣି । ୧୮ ତାରିଖ ଯାଏଁ ଏଭଳି ସ୍ଥିତିରୁ ନିସ୍ତାର ମିଳିବ ନାହିଁ । ଏହି ପରିପ୍ରେକ୍ଷୀରେ ଶନିବାରଠାରୁ ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲାରେ ହିଟ୍‌ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ହେଲେ ଆସନ୍ତା ମାର୍ଚ୍ଚ ୧୯ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ମାର୍ଚ୍ଚ ୧୯ ରୁ ୨୦ ତାରିଖ ମଧ୍ୟରେ ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ମାର୍ଚ୍ଚ ୨୦ ରୁ ୨୧ ମଧ୍ୟରେ ଓଡ଼ିଶାର ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବାର ସମ୍ଭାବନା ଅଧିକ ।

 

Related Articles

Leave a Reply

Your email address will not be published. Required fields are marked *

Back to top button