ଓଡିଶା

୩ରେ ବାତ୍ୟା ,୪ରେ ଉପକୂଳ ଛୁଇଁବ ! – Utkal Mail



ଭୁବନେଶ୍ବର :  ୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ୪ ତାରିଖ ସକାଳେ ଏହା ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବାର ଆଶଙ୍କା କରାଯାଉଛି । ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ସୁଦୃଶ୍ୟ ଲଘୁଚାପଟି ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ  । ପରବର୍ତ୍ତୀ ସମୟରେ ୩ ତାରିଖ ଦିନ ବାତ୍ୟାରେ ରୂପାନ୍ତରିତ ହେବାର ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ଡିସେମ୍ବର ୪ ଓ ୫ ତାରିଖରେ ଦକ୍ଷିଣ ଉପକୂଳ ଜିଲ୍ଲା ଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୫ ଓ ୬ ତାରିଖରେ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ  ।




Related Articles

Leave a Reply

Your email address will not be published. Required fields are marked *

Back to top button