ଓଡିଶା
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୯ଟି ସ୍ଥାନରେ ଚଢାଉ

ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଚାଲିଛି ରେଡ୍ । ଏକକାଳୀନ ୯ଟି ସ୍ଥାନରେ ଚଢାଉ କରାଯାଉଛି ।
ଢେଙ୍କାନାଳ ସହର ଗାୟତ୍ରୀ ନଗରସ୍ଥିତ ବାସଭବନ ସମେତ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ ଓ ସରକାରୀ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହସ୍ଥିତ ପୈତୃକ ଘର ଓ କଟକରେ ଚାଲିଛି ଚଢ଼ଉ । ତା ସହିତ ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ଚାଲିଛି ରେଡ୍। ଢେଙ୍କାନାଳ ସମେତ, ଅନୁଗୁଳ, କଟକ ଓ ଭବାନୀପାଟଣା ମଧ୍ୟ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ ।