ଓଡିଶା

ଭିଜିଲାନ୍ସ ଜାଲରେ ତିଗିରିଆ ଥାନାର ଏଏସଆଇ, ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ

ଆଠଗଡ : ଭିଜିଲାନ୍ସ ଜାଲରେ ତିଗିରିଆ ଥାନାର ଏଏସଆଇ ପ୍ରଦୀପ କୁମାର ବେହେରା। ଏକ ଫୌଜଦାରୀ ମାମଲାର ରଫାଦଫା ନିମନ୍ତେ 5000 ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ। ପ୍ରଦୀପଙ୍କୁ ଅଟକ ରଖି ଅଧିକ ଖୋଳତାଡ ଆରମ୍ଭ କରିଛି ଭିଜିଲାନ୍ସ । କିଛି ଦିନ ତଳେ ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚଗାଁ ର ଏକ ଦଳିତ ମାମଲାର ସମାଧାନ କରାଇବା ନିମନ୍ତେ ପାଞ୍ଚ ହଜାର ଟଙ୍କା ନେବା ପାଇଁ ଦାବି କରିଥିଲେ ପ୍ରଦୀପ ବେହେରା । ଆଗରୁ ମଧ୍ୟ ଏଭଳି ଘଟଣା ତିଗିରିଆ ଥାନାରେ ହେଉଥିବା ଅଭିଯୋଗ ହୋଇ ଆସୁଥିବା ସାଧାରଣ ରେ ଚର୍ଚ୍ଚା ହେଉଥିଲା। ପ୍ରଦୀପଙ୍କ ନାମରେ ପୂର୍ବରୁ ଏଭଳି ଲାଞ୍ଚ ଦାବି  କରୁଥିବା ନେଇ ଅଭିଯୋଗ ହୋଇ ଆସୁଥିଲା ।

Related Articles

Leave a Reply

Your email address will not be published. Required fields are marked *

Back to top button