ଓଡିଶା
ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡ଼ିଲେ ଯୁବକ, ଅନ୍ୟ ୭ ଗୁରୁତର

ଗଜପତି: ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡ଼ିଲେ ଯୁବକ । ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ ହେଲେ ରାମଗିରି ଥାନା ଅନ୍ତର୍ଗତ ପରିସଲ ଗାଁର ସୁଲନ୍ତ ମିଶାଲ। ଗଜପତିରେ ଏହି ଅଭାବନୀୟ ଘଟଣା ଘଟିଛି ।
ସୂଚନା ଅନୁସାରେ ଆଜି ସକାଳୁ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିଲୋମିଟର ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଦୈାଡରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ । କିନ୍ତୁ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇପଡିଥିଲେ । ତାଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।


