ଓଡିଶା

ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା, ଏକାସାଙ୍ଗରେ ଆସିବ ଦୁଇଟି କିସ୍ତି

ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା । ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର । ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ଏହି ଘୋଷଣା କରିଛନ୍ତି । ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା । ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ । ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏହି ଟଙ୍କା ପ୍ରଦାନ କରାଯିବ । ପଞ୍ଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିର ଟଙ୍କା ଆସିବ । ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ ।

ଆଜିର ବଣ୍ଟନରେ ପ୍ରାୟ ୨ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାର ଆର୍ଥିକ ସହାୟତା ପ୍ରଦାନ କରାଯିବ, ଯାହା ମହିଳାମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବା ସହ ସେମାନଙ୍କୁ ଛୋଟ ବ୍ୟବସାୟ କିମ୍ବା ଆତ୍ମନିର୍ଭରଶୀଳ କାର୍ଯ୍ୟକଳାପ ଆରମ୍ଭ କରିବାରେ ସହାୟକ ହେବ। ଏହି ପର୍ଯ୍ୟାୟରେ ଯେଉଁ ମହିଳାମାନେ ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଛନ୍ତି ଏବଂ ଯୋଗ୍ୟ ବିବେଚିତ ହୋଇଛନ୍ତି, ସେମାନେ ଏହି ସହାୟତା ପାଇବେ। ପ୍ରତ୍ୟେକ ହିତାଧିକାରୀଙ୍କୁ ସୁଭଦ୍ରା କାର୍ଡ (ATM-cum-debit card) ମଧ୍ୟ ପ୍ରଦାନ କରାଯାଉଛି, ଯାହା ସେମାନଙ୍କ ଆର୍ଥିକ କାରବାରକୁ ସହଜ କରିବ।

ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।

 

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button