ଦେଶ ବିଦେଶ

ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ତାରିଖ ଘୁଞ୍ଚିଲା, ଏହି ତାରିଖ ଯାଏ ବଦଳାଇପାରିବେ ଟଙ୍କା – Utkal Mail


ନୂଆଦିଲ୍ଲୀ: ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ ଯେଉଁ ଚାରି ମାସର ସମୟ ଦେଇଥିଲା ତାହା ଆଜି (ଶନିବାର) ଶେଷ ହେଉଥିଲା। ହେଲେ ଏହାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବଢାଇ ଦେଇଛି। ଆରବିଆଇ ଦ୍ବାରା ଜାରି ବିବୃତିରେ କୁହାଯାଇଛି ଯେ ୨୦୨୩ ମସିହା ଅକ୍ଟୋବର ୭ ତାରିଖ ଯାଏ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇ ହେବ। ଅକ୍ଟୋବର ୮ ତାରିଖରୁ ବ୍ୟାଙ୍କ ଶାଖାରେ ଦୁଇ ହଜାର ଟଙ୍କିଆ ନୋଟ୍ ଜମା ଏବଂ ବିନିମୟ ବନ୍ଦ ହୋଇଯିବ। ଅକ୍ଟୋବର ୮ ତାରିଖ ପରେ, ଆରବିଆଇର ୧୯ଟି ଅଫିସରେ ଏକ ସମୟରେ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଯାଇପାରିବ। ଲୋକମାନେ ଆରବିଆଇର ୧୯ଟି କାର୍ଯ୍ୟାଳୟକୁ ଡାକ ବିଭାଗରୁ ଦୁଇ ହଜାର ଟଙ୍କିଆ ନୋଟ୍ ମଧ୍ୟ ପଠାଇ ପାରିବେ। ଏହି ନୋଟର ମୂଲ୍ୟ ସଂପୃକ୍ତ ବ୍ୟକ୍ତିଙ୍କ ଆକାଉଣ୍ଟରେ ଜମା ହେବ।

ଉଲ୍ଲେଖଯୋଗ୍ୟ, ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ ଯେଉଁ ଚାରି ମାସର ସମୟ ଦେଇଥିଲା ତାହା ଶନିବାର ଶେଷ ହେଉଥିଲା। ୨୦୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିମୁଦ୍ରୀକରଣ ଘୋଷଣା କରିବା ପରେ ବଜାରରେ ଦେଖାଦେଇଥିବା ନଗଦ ରାଶିର ଅଭାବ ପୂରଣ କରିବା ଲାଗି ୨୦୦୦ ଟଙ୍କିଆ ଆସିଥିଲା। ଚଳିତ ବର୍ଷ ମେ’ ୧୯ରେ ସେହି ବଡ଼ ନୋଟ୍‌ ପ୍ରତ୍ୟାହାର କରିବା ବିଷୟରେ ରିଜର୍ଭ ବ୍ୟାଙ୍କ ଘୋଷଣା କରିଥିଲା। ମେ’ ୨୩ରୁ ନୋଟ୍ ବଦଳାଇବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ନୋଟ୍‌ଗୁଡ଼ିକୁ ବ୍ୟାଙ୍କରେ ବଦଳାଇବା ଓ ଜମା କରିବା ଲାଗି ରିଜର୍ଭ ବ୍ୟାଙ୍କ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସମୟ ଦେଇଥିଲା।




Related Articles

Leave a Reply

Your email address will not be published. Required fields are marked *

Back to top button