ଧର୍ମ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ

ପୁରୀ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ। ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ। ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ। ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି। ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭାପାଏ। ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ମଧ୍ୟ ଶୋଭାପାଏ। କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ। ଠାକୁରଙ୍କ ଆଗରେ ଚାରିଗୋଟି ଗାଈ ଦଣ୍ଡାୟମାନ ଭଙ୍ଗୀରେ ଠିଆ ହୋଇଥାନ୍ତି। ଦ୍ୱିପହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ। ଏହି ବେଶରେ ଖିରି ଓ ଅମାଲୁ ଭୋଗ ମଧ୍ୟ ଲାଗିଥାଏ। ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button