ଦେଶ ବିଦେଶ

ମାର୍ଚ୍ଚ ପହିଲାରୁ ଯୁକ୍ତ ଦୁଇ ପରୀକ୍ଷା: ଆଜିଠୁ ପରୀକ୍ଷା ପରିଚାଳନା ହବ୍ କୁ ପଠାଯିବ ପ୍ରଶ୍ନପତ୍ର

ଭୁବନେଶ୍ବର – ମାର୍ଚ୍ଚ ପହିଲାରୁ ଆରମ୍ଭ ହେବାକୁ ଥିବା ଯୁକ୍ତ ଦୁଇ ଥିଓରି ପରୀକ୍ଷା ପାଇଁ ପ୍ରଥମ ପର୍ଯ୍ୟାୟରେ ଆଜିଠୁ ଫେବ୍ରୁଆରି ୨୭ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍‌ -ଇଏମ୍‌ଏଚ୍‌ଗୁଡ଼ିକୁ ପ୍ରଶ୍ନପତ୍ର ପଠାଯିବ। ଏହାକୁ ଦୃଷ୍ଟିରେ ରଖି ହବ୍‌ଗୁଡ଼ିକର ସୁରକ୍ଷା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ଉଚ୍ଚ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ହବ୍‌ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଏଥର ପରୀକ୍ଷା ପାଇଁ ୨୦୨ଟି ହବ୍‌ କରାଯାଇଛି। ସେଥିମଧ୍ୟରୁ ୨୦୧ଟି ଯୁକ୍ତ ଦୁଇ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ସ୍ବୟଂଶାସିତ କଲେଜ, ବିଶ୍ବବିଦ୍ୟାଳୟରେ ହୋଇଥିବା ବେଳେ ଗୋଟିଏ ସବ୍‌-ଟ୍ରେଜେରିକୁ ହବ୍‌ ଭାବେ ଚିହ୍ନଟ କରାଯାଇଛି। ଏ ବର୍ଷ ୧ ହଜାର ୧୪୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ସେଗୁଡିକ ୨୦୨ଟି ହବ୍‌ ଅଧୀନରେ ରହିଛି। ୨୦୧ ଜଣ ଯୁକ୍ତ ଦୁଇ କଲେଜ ଅଧ୍ୟକ୍ଷ ହବ୍‌ ସୁପରଭାଇଜର ଭାବେ ନିଯୁକ୍ତ ହୋଇଛନ୍ତି। ଯେଉଁଠାରେ ଅଧ୍ୟକ୍ଷ ଦାୟିତ୍ବରେ ନାହାନ୍ତି, ସେଠାରେ ବରିଷ୍ଠ ଅଧ୍ୟାପକଙ୍କୁ ସୁପରଭାଇଜର ଦାୟିତ୍ବରେ ରଖାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button