ଓଡିଶା
ଘରୋଇ ବସକୁ ପଛରେ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ : ୨୦ ଆହତ, ୫ଗୁରୁତର

ରେଢାଖୋଲ: ଘରୋଇ ବସକୁ ପଛରେ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ । ଏଥିରେ ୨୦ଜଣ ଆହତ ହୋଇଥିବା ବେଳେ ୫ଗୁରୁତର ହୋଇଛନ୍ତି । ସମସ୍ତେ ରେଢାଖୋଲ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ସମ୍ବଲପୁର -ଅନୁଗୋଳ ୫୫ନଂ ଜାତୀୟ ରାଜପଥ ରେଢାଖୋଲ ଥାନା ଲୁହାପଙ୍କ ଛକ ନିକଟରେ ଏପରି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି ।
ସୂଚନା ମୁତାବକ ଅନୁଗୋଳ ପାତ୍ରପଡାରୁ ସମ୍ବଲପୁର ଆସୁଥିବା ଗଜଲକ୍ଷ୍ମୀ ନାମକ ଏକ ଘରୋଇ ବସ୍ କୁ ପଛପଟୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍ । ଦୁର୍ଘଟଣା ହେବା ଫଳରେ ବସରେ ଥିବା ୩୫ଜଣରୁ ଅଧିକ ଯାତ୍ରୀଙ୍କ ମଧ୍ୟରୁ ୨୦ଜଣ ଆହତ ଥିବା ବେଳେ ୫ଜଣଙ୍କ ଗୁରୁତର ଅଛନ୍ତି । ସେମାନଙ୍କୁ ରେଢାଖୋଲ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ଘଟଣାର ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଁଞ୍ଚି ତଦନ୍ତ ଜାରି ରଖିଛି ।