ଓଡିଶା

ମାଡ଼ି ଆସୁଛି ବାତ୍ୟା ‘ଦାନା’; ଜାଣନ୍ତୁ, କେଉଁ କେଉଁ ଜିଲ୍ଲାରେ ହେବ ଅଧିକ ପବନ

ବାତ୍ୟା ‘ଦାନା’ ପ୍ରଭାବରେ ଆଜି ସନ୍ଧ୍ୟାରୁ ରାଜ୍ୟରେ ବଦଳିବ ପାଗ। ଆଜି ଉପକୂଳ ଓଡ଼ିଶାରେ ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନର ବେଗ ବଢ଼ିବ। ତେବେ ଆସନ୍ତୁ ଜାଣିବା ବାତ୍ୟା ଉପକୂଳ ଅତିକ୍ରମ କରିବା ସମୟରେ କେଉଁ ଜିଲ୍ଲାରେ କେତେ ରହିବ ପବନର ବେଗ।

ବାତ୍ୟା ଦାନା ଉପକୂଳ ଅତିକ୍ରମ କରିବା ସମୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୧୦ କିଲୋମିଟର ରହିପାରେ।

ସେହିପରି ମୟୂରଭଞ୍ଜ ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ କ.ମି ରହିବ। ପୁରୀ ଓ କଟକରେ ଘଣ୍ଟାପ୍ରତି ୬୦ରୁ ୮୦କିମି ପବନ ହେବାକୁ ଥିବାବେଳେ ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲା ସମେତ ଭୁବନେଶ୍ୱରରେ ପବନର ବେଗ ଘଣ୍ଟାପ୍ରତି ୬୦ରୁ୭୦ କିଲୋମିଟର ରହିବାର ସମ୍ଭାବନା ରହିଛି।

ବାତ୍ୟା ‘ଦାନା’ ପ୍ରଭାବରେ ଆସନ୍ତାକାଲି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର,ମୟୂରଭଞ୍ଜ, ଜଗତସିଂହପୁର ଓ କଟକ। ଏହି ଜିଲ୍ଲାରେ କିଛି ସ୍ଥାନରେ ୨୦ରୁ ୩୦ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଆଜି ସକାଳେ ବାତ୍ୟାରେ ପରିଣତ ହୋଇଛି। ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button