ଓଡିଶା

ଆଜି ଓ ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଏବଂ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି (୨୨ ତାରିଖ )ରେ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ବିଜୁଳି ଘଡ଼ିଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ ଓ କୋରାପୁଟ ଜିଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ଆସନ୍ତାକାଲି ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟ ସବୁ ଜିଲାରେ ପାଗ ଶୁଖିଲା ରହିବ। ୨୩ ତାରିଖରୁ ରାଜ୍ୟରେ ପାଗ ବଦଳି ଶୁଖିଲା ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ଏହା ସହିତ ଆଭ୍ୟନ୍ତରୀଣ ଜିଲା ଗୁଡ଼ିକରେ ରାତି ତାପମାତ୍ରା ସ୍ବାଭାବିକରୁ ୨ ରୁ ୩ ଡିଗ୍ରୀ କମ ରହିପାରେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button