ରାଶିଫଳ

20 ଡିସେମ୍ବର 2018 ଗୁରୁବାର – କେମିତି କଟିବ ଆଜି ଆପଣଙ୍କ ଦିନ

ବୃଷ:-

ମନଭିତରେ ରାଗରେ ଜଳୁଥିଲେ ମଧ୍ୟ କିଛି କାହାକୁ କହିବାକୁ ସାହସ ହେବ ନାହିଁ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ।ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମିଥୁନ:-

ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକ ପରିସ୍ଥିତି ଯୋଗୁ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କର୍କଟ:-

କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ। ମହିଳା ମାନଙ୍କର ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ। ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ସିଂହ:-

ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

କନ୍ୟା:-

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢିରେ ମାନସିକ ଶାନ୍ତି ମିଳିବ।ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ତୁଳା:-

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:-

ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା, ମନ ବିଷାଦଗ୍ରସ୍ତ ହେବ। ପିତ୍ତଦୋଷ ବୃଦ୍ଧି ପାଇବ ଓ ଶରୀରପୀଡା ଅତି କଷ୍ଟକର ହେବ। ପାରିବାରିକ କ୍ଷେତ୍ରରେ କିଛି ହରାଇ ମନକଷ୍ଟ ହେବ। କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ। ପ୍ରତିକାର- ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ବେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ଭୁଲ ବୁଝାମଣା ଯୋଗୁ ପରିବାରରେ ଦ୍ଵନ୍ଦ ଦେଖାଦେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

କୁମ୍ଭ:-

ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button