ଦେଶ ବିଦେଶ

୨୮ରେ ପୋଲାଭରମ ବୈଠକ: ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଚଳିତ ମାସ ୨୮ ତାରିଖରେ ପୋଲାଭରମ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ଆନ୍ଧ୍ର,ତେଲେଙ୍ଗାନା, ଓଡ଼ିଶା ଏବଂ ଛତିଶଗଡ଼ର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ। ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ସମସ୍ତ ଚାରୋଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ସିଧାସଳଖ ଆଲୋଚନା କରିବାକୁ ଯାଉଛନ୍ତି।

ଓଡ଼ିଶା ଏହି ବୈଠକରେ କଣ ପକ୍ଷ ରଖିବ ସେ ନେଇ ରାଜ୍ୟ ସରକାର ନିଜକୁ ପ୍ରସ୍ତୁତ କରିଛନ୍ତି। ଦୁଇ ଦିନ ପୂର୍ବରୁ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ସୂଚନାଯୋଗ୍ୟ, ଓଡ଼ିଶା, ଛତିଶଗଡ଼ ଏବଂ ତେଲେଙ୍ଗାନା ଦ୍ୱାରା ଦାଖଲ କରାଯାଇଥିବା ଆବେଦନଗୁଡ଼ିକ ସୁପ୍ରିମକୋର୍ଟରେ ବିଚାରାଧୀନ ଅଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button