ଓଡିଶା

ଆସୁଛି ଡବଲ ଲଘୁଚାପ, ନେଇପାରେ ବାତ୍ୟାର ରୂପ !

ଭୁବନେଶ୍ୱର : ଏକା ସାଙ୍ଗରେ ଆସୁଛି ଦୁଇଟି ଲଘୁଚାପ । ମେ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ମେ ୨୧ ତାରିଖ ଅର୍ଥାତ ଆସନ୍ତାକାଲି ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ମେ ୨୨ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ।

ସେପଟେ ମେ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେଇପାରେ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ। ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ ରାଜ୍ୟରେ ଗରମ ଗୁଳୁଗୁଳି ଜାରି ରହିଛି । ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ଗରମ ଗୁଳୁଗଳି ପାଇଁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପଟେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଲାଗି ରହିବ ।

Related Articles

Leave a Reply

Your email address will not be published. Required fields are marked *

Back to top button