ଓଡିଶା
ଆଉ ଗୋଟେ ମୁଣ୍ଡ ନେଲା ଦନ୍ତା, ଗାଧୋଇବାକୁ ଯାଉଥିବାବେଳେ ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

କାମାକ୍ଷାନଗର: ଗାଧୋଇବାକୁ ଯାଉଥିବାବେଳେ ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା । କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ କୋରିଆପାଳ ଗାଁରେ ହାତୀ ଆତଙ୍କ । ଆକ୍ରମଣରେ ଗାଁର ବିଦ୍ୟାଧର ଦେହୁରୀଙ୍କ ମୃତ୍ୟୁ ହୋଇଛି । ବିଦ୍ୟାଧର ଦେହୁରୀ ନିକଟରେ ଥିବା ଏକ ପୋଖରୀକୁ ଗାଧୋଇବାକୁ ଯାଉଥିବା ବେଳେ ଦାନ୍ତହାତୀ ହାବୁଡ଼ରେ ପଡିଯାଇଥିଲେ । ଦନ୍ତା ହାତୀ ବିଦ୍ୟାଧରଙ୍କୁ ଟେକି କଚାଡି ଦେଇଥିଲା । ବିଦ୍ୟାଧରଙ୍କର ଚିତ୍କାର ଶୁଣି ପାଖରେ ଥିବା ଗ୍ରାମବାସୀ ଘଟଣା ସ୍ଥଳକୁ ପଳାଇ ଆସିବାରୁ ଦାନ୍ତହାତୀ ନିକଟ ଜଙ୍ଗଲକୁ ଚାଲିଯାଇଥିଲା । ପରେ ଗୁରୁତର ଅବସ୍ଥାରେ ବିଦ୍ୟାଧରଙ୍କୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।