ଓଡିଶା

ଅଗ୍ନିବୀରଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚାକିରିରେ ୧୦% ସଂରକ୍ଷଣ ବ୍ୟବସ୍ଥା

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏଥିରେ ତିନିଟି ବଡ଼ ନିଷ୍ପତ୍ତିରେ ମୋହର ବାଜିଛି। ଅଗ୍ନିବୀରଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚାକିରିରେ ୧୦% ସଂରକ୍ଷଣ ବ୍ୟବସ୍ଥା କରାଯାଇଛି। ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଛି। ୧ ବର୍ଷ ଟ୍ରେନିଂ ଓ ୪ ବର୍ଷ ଚାକିରି ପରେ ବି ନିଯୁକ୍ତି ମିଳିବ।

ପୁଲିସ, ଅଗ୍ନିଶମ ଓ ବନବିଭାଗରେ ୧୦% ସଂରକ୍ଷଣ ରହିବାର ବ୍ୟବସ୍ଥା ରହିଥିବା ନେଇ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା ସୂଚନା ଦେଇଛନ୍ତି।
ଏଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ବି ମିଳିବ ଚାକିରି। ଅବିବାହିତା ଝିଅଙ୍କୁ ନିଯୁକ୍ତି ପାଇଁ କ୍ୟାବିନେଟ୍ରେ ନିଷ୍ପତ୍ତିନିଆଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button