ଭୁଲ ଇଞ୍ଜେକ୍ସନ ନେଲା ଜୀବନ, ଗୋଟିଏ ରାତିରେ ୫ ଜଣ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

କୋରାପୁଟ: ମେଡିକାଲରେ ବଡ଼ ଅଘଟଣ । ଗୋଟିଏ ରାତିରେ ୫ ରୋଗୀଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ଭୁଲ ଇଞ୍ଜେକ୍ସନ ନେଲା ୫ ଜୀବନ। କୋରାପୁଟ ସହିଦ ଲକ୍ଷ୍ଣଣ ନାୟକ ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ଦେଖାଦେଇଛି । ନର୍ସ ଭୁଲ୍ ଇଞ୍ଜେକସନ ଦେଇଥିବାରୁ ୫ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ICUରେ ୩ ଜଣ ଓ ୱାର୍ଡରେ ୨ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭୁଲ୍ ଇଞ୍ଜେକସନରୁ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।
କୋରାପୁଟ, ବୋରିଗୁମ୍ମା, କଳାହାଣ୍ଡି, ସେମିଳିଗୁଡା, ମାଛରା ଭଳି ବିଭିନ୍ନ ଅଞ୍ଚଳରୁ ଅନେକ ଗୁରୁତର ରୋଗୀ ହସ୍ପିଟାଲର ଆଇସିୟୁ ଏବଂ ସର୍ଜରୀ ବେଡ଼ରେ ଚିକିତ୍ସିତ ହେଉଥିଲେ । ଅପରେସନ ପରେ ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ଥିଲା । ତେବେ ରାତ୍ରୀକାଳୀନ ଦାୟିତ୍ଵରେ ଥିବା କର୍ମଚାରୀ କିଛି ଇଞ୍ଜେକ୍ସନ ଦୁଇ ଥର ଦେଇଥିଲେ । ଇଞ୍ଜେକ୍ସନ ଦେବାର ୧୫ ମିନିଟ ଭିତରେ ଆଇସିୟୁରେ ତିନି ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିଲା । ଆଜି ବ୍ୟବଚ୍ଛଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ କହିଛି । ଅନ୍ୟପଟେ ମେଡିକାଲ କଲେଜରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ମୁତୟନ କରାଯାଇଛି । ତେବେ ଅଭିଯୋଗ ନେଇ ହସପିଟାଲ କର୍ତ୍ତୁପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।