ଓଡିଶା

ଝାଡ଼ଖଣ୍ଡ ନିର୍ବାଚନ: ଭୋଟ୍ ଦେଲେ ରାଜ୍ୟପାଳ ରଘୁବର ଦାସ

ଭୋଟ ଦେଉଛି ଝାଡ଼ଖଣ୍ଡ। ଆଜି ପ୍ରଥମ ପର୍ଯ୍ୟାୟ ବିିଧାନସଭା ନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୫ଟା ଯାଏଁ ଚାଲିବ ନିର୍ବାଚନ। ୪୩ଟି ଆସନ ପାଇଁ ମତଦାନ ହେଉଛି। ପାଖାପାଖି ୧୩.୭ ମିଲିୟନ ଜନତା ବାଛିବେ ନିଜର ନେତା। ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଓଡ଼ିଶାର ରାଜ୍ୟପାଳ ତଥା ପୂର୍ବତନ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ ମତଦାନ ସାବ୍ୟସ୍ତ କରିଛନ୍ତି।

ଭୋଟ ଦେବା ସହ ସମସ୍ତଙ୍କୁ ମତଦାନ ସାବ୍ୟସ୍ତ କରିବାକୁ ଅପିଲ କରିଛନ୍ତି।

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମଇଦାନରେ ଅଛନ୍ତି ୬୮୩ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୬୦୯ ଜଣ ପୁରୁଷ ପ୍ରାର୍ଥୀ। ୭୩ ମହିଳା ପ୍ରାର୍ଥୀଙ୍କ ସମେତ ଜଣେ ତୃତୀୟ ଲିଙ୍ଗି ପ୍ରାର୍ଥୀ ହୋଇଛନ୍ତି। ମତଦାନ ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ୧୫ ହଜାର ପୋଲିଂ ଷ୍ଟେସନ ପ୍ରତିଷ୍ଠା ହୋଇଛି। ଝାଡ଼ଖଣ୍ଡ ପୁଲିସ ସହ ବିଏସଏଫ ଓ ସିଆରପିଏଫଙ୍କୁ ସୁରକ୍ଷା ଦାୟିତ୍ୱରେ ନିୟୋଜିତ କରାଯାଇଛି।

ପ୍ରଥମ ପର୍ଯ୍ୟାୟର ଟପ୍ କ୍ୟାଣ୍ଡିଡେଟମାନେ ହେଲେ ଷଡ଼େଇକଳାରୁ ବିଜେପିର ଚମ୍ପାଇ ସୋରେନ, ରାଞ୍ଚିରୁ ଶାସକ ଜେଏମଏମର ମହୁଆ ମାଜି, ଜାମସେଦପୁରରୁ କଂଗ୍ରେସର ବାନା ଗୁପ୍ତା, ଜଗନ୍ନାଥପୁରରୁ ବିଜେପିର ଗୀତା କୋଡ଼ା, ଜାମସେଦପୁର ଇଷ୍ଟରୁ କଂଗ୍ରେସର ଅଜୟ କୁମାର, ଚକ୍ରଧରପୁରରୁ ଜେଏମଏମରୁ ସୁଖରାମ ଓରାନ୍। ସମସ୍ତଙ୍କ ଭାଗ୍ୟ ପରୀକ୍ଷା ଆଜି।

ସେହିପରି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ଜାମସେଦପୁର ଇଷ୍ଟରୁ ପ୍ରାର୍ଥୀ କରାଯାଇଛି। ୨୦ଲକ୍ଷରୁ ଅଧିକ ଓଡ଼ିଆ ଭୋଟର ବି ଏଥର ନିର୍ଣ୍ଣାୟକ ସାଜିବେ। ଓଡ଼ିଶାର ବିଜେପି ନେତା ପୂର୍ଣ୍ଣିମା ଦାସଙ୍କ ପାଇଁ ପ୍ରଚାର କରିଥିଲେ।

 

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button