ରାଶିଫଳ

ମଙ୍ଗଳବାର, 15 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ।ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ।

ବୃଷ

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଚାକିରୀରେ ପଦୋନ୍ନତି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ।ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ।

ମିଥୁନ

ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ ଓ ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ପାରିବାରିକ କାମକୁ ଶୃଙ୍ଖଳିତ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହୋଇପାରେ।ରାଜନୈତିକ କ୍ଷେତ୍ରରେ ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

କର୍କଟ

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇ ପାରେ। ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କଲେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ।ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ।

ସିଂହ

ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ ।ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ।

କନ୍ୟା

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ରାଜନୀତିରେ ମନରେଥିବା କାମନା ପୂର୍ଣ୍ଣ ହେବ।ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗରେ ଯୋଗ ଦେଇ ପାରନ୍ତି। ଦୁଃଖୀ ଲୋକଙ୍କୁ ସାହାରାହେବେ ଓ ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ।

ତୁଳା

ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ।ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ।

ବିଛା

ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଶୁଭ କାମ କରି ପ୍ରଶଂସିତ ହେବେ। ସଭାସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ।ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ।

ଧନୁ

ଶତୃମାନେ ପରାଜିତ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ନ ବୁଝିବା ଉଚିତ୍।ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମ ପ୍ରତି ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

ମକର

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର।ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି।

କୁମ୍ଭ

ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି।ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ।

ମୀନ

ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ।କର୍ମରେ ଉନ୍ନତି ସହିତ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ।

Related Articles

Leave a Reply

Your email address will not be published. Required fields are marked *

Back to top button