ଓଡିଶା
ଜୁନ୍ ୧୨ ନୁହେଁ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ବିଜେପି ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଦେବେ ଯୋଗ

ଭୁବନେଶ୍ୱର : ଜୁନ୍ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ୧୨ ତାରିଖ ବଦଳରେ ୨୦ ତାରିଖରେ ଆସିବେ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ରାଜ୍ୟରେ ବିଜେପି ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ୨୦ ତାରିଖରେ ପାଳନ ହେବ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତ ବେଳେ ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ । ବର୍ଷପୂର୍ତ୍ତି କାର୍ଯ୍ୟକ୍ରମରେ ବର୍ଷକର ରିପୋର୍ଟ କାର୍ଡ ପ୍ରଦାନ କରିବେ ରାଜ୍ୟ ସରକାର । ଗତବର୍ଷ ଜୁନ ୧୨ରେ ବିଜେପି ସରକାରର ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ମୋଦି।