ଦେଶ ବିଦେଶ

୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଞ୍ଜୀବ ଖନ୍ନା

ଜଷ୍ଟିସ ସଞ୍ଜୀବ ଖନ୍ନା ସୋମବାର ଦେଶର ୫୧ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ସକାଳ ୧୦ ଟାରେ ଶପଥ ଗ୍ରହଣ କରାଇଥିଲେ। ଜଷ୍ଟିସ୍ ଖନ୍ନା ରବିବାର ଅବସର ନେଇଥିବା ଜଷ୍ଟିସ୍ ଡି.ଇ ଚନ୍ଦ୍ରଚୂଡଙ୍କ ସ୍ଥାନ ନେଇଥିଲେ। ଜଷ୍ଟିସ୍ ଖନ୍ନାଙ୍କ କାର୍ଯ୍ୟକାଳ ୧୩ ମଇ ୨୦୨୫ ପର୍ଯ୍ୟନ୍ତ ରହିବ।

ସୂଚନାମୁତାବକ ୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖନ୍ନା। ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ପ୍ରାକ୍ଟିସ ଆରମ୍ଭ କରିଥିଲେ। ଏହାପରେ ହାଇକୋର୍ଟରେ ଓକିଲାତି କରିଥିଲେ। ଦିଲ୍ଲୀ ଆୟକର ବିଭାଗର ସିନୟର ଷ୍ଟାଣ୍ଟିଂ କାଉନସେନ ଭାବେ ସେ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ।

ସହକାରୀ ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ କାର୍ଯ୍ୟ କରିଥିଲେ। ପରେ ଆମିକସ କ୍ୟୁରି ଭାବେ ନିଯୁକ୍ତି ପାଇଥିଲେ। ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ। ୨୦୦୬ରେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ହୋଇଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button