ରାଶିଫଳ

ମଙ୍ଗଳବାର 26 ନଭେମ୍ବର 2019 – ଏହି ରାଶିଙ୍କୁ ପ୍ରାପ୍ତ ହେବ ଆକସ୍ମିକ ଧନ ଓ କର୍ମରେ ହେବ ଉନ୍ନତି

ରାଶିଫଳ ଆମ ଜୀବନ ର ଏକ ଅତ୍ୟାବଶ୍ୟକ ଅଂଶ, ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ବଜାୟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ।

ବୃଷ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ।

ମିଥୁନ:-

ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିପାରେ।

କର୍କଟ:-

ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ବୃଦ୍ଧି କରିବେ।

ସିଂହ:-

ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ।

କନ୍ୟା:-

ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି।

ତୁଳା:-

ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ। ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହ ନେଇ କାମ କରିବେ।

ବିଚ୍ଛା:-

ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ନାନା ସମସ୍ୟାର ସମାଧାନହେବ। ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ ଓ ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ। ସ୍ୱାସ୍ଥ୍ୟରେ ସାମାନ୍ୟବ୍ୟତିକ୍ରମ ଦେଖାଦେବ।

ଧନୁ:-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବା ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ।

ମକର:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ଧର୍ମକାର୍ଯ୍ୟରେ ମତି ରହିବ। ଦୂରଯାତ୍ରାର ସୁଯୋଗ ପାଇବେ।

କୁମ୍ଭ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ।

ମୀନ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ।

Related Articles

Leave a Reply

Your email address will not be published. Required fields are marked *

Back to top button