ଦେଶ ବିଦେଶ

ତେଲେଙ୍ଗାନାରେ ମତଦାନ : ୨୨୯୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୩ କୋଟିରୁ ଉର୍ଦ୍ଧ୍ବ ଭୋଟର – Utkal Mail



ନୂଆଦିଲ୍ଲୀ : ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ । ସମସ୍ତ ୧୧୯ଟି ଆସନରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି ।  ୨୨୯୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୩କୋଟି ୨୬ ଲକ୍ଷ ଭୋଟର  । ଯାହା ମଧ୍ୟରେ ସାମିଲ ଅଛନ୍ତି, ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ସମେତ ଅନେକ ଲୋକସଭା ସାଂସଦ  ।

ବିଆରଏସ୍ , କଂଗ୍ରେସ ଓ ବିଜେପି ମଧ୍ୟରେ ତ୍ରିମୁଖୀ ଲଢେଇ ଦେଖିବାକୁ ମିଳିବ। ଆସନ୍ତା ୩ ତାରିଖରେ ଫଳାଫଳ ଘୋଷଣା ହେବ  । ଚଳିତଥର ୧୦୩ଜଣ ବିଧାୟକ ପୁଣି ଥରେ ନିର୍ବାଚନୀ ମୈଦାନରେ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି  । ନିର୍ବାଚନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସମ୍ବେଦନଶିଳ ବୁଥ୍ ଗୁଡ଼ିକରେ ୧୪୪ ଧାରା ଜାରି କରାଯାଇଛି।




utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button