ଓଡିଶା

ଆଜି ଓ ଆସନ୍ତାକାଲି ବଢିବ ବର୍ଷାର ପରିମାଣ: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି – Utkal Mail


 ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଦୁର୍ବଳ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଗାମୀ ୨ଦିନ ରାଜ୍ୟର କେତେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୫ ତାରିଖରୁ କମିବ ବର୍ଷା। ଆଗାମୀ ୨୪ ଘଣ୍ଟାରେ ୫ଟି ଜିଲ୍ଲା ରାୟଗଡ଼ା, ଗଜପତି, କନ୍ଧମାଳ, କେଂଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆଜି ଓ ଆସନ୍ତାକାଲି ବଢିବ ବର୍ଷାର ପରିମାଣ। ପ୍ରବଳ ବର୍ଷା ପାଇଁ ଆଜି ୯ ଜିଲ୍ଲାକୁ ଓ ଆସନ୍ତାକାଲି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟ ମଧ୍ୟରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷାର ପୂର୍ବାନୁମାନ ଜାରି ହୋଇଛି। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୭୪୩.୮ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ବାଭାବିକ ବୃଷ୍ଟିପାତ ୮୨୨.୯ ମିମି ତୁଳନାରେ ୧୦ ପ୍ରତିଶତ କମ। ଗୋଟିଏ ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ଓ ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି।

The post ଆଜି ଓ ଆସନ୍ତାକାଲି ବଢିବ ବର୍ଷାର ପରିମାଣ: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି appeared first on KNews Odisha.


utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button