ବ୍ୟବସାୟ

ଆଜି ରାଜଧାନୀ ଭୁବନେଶ୍ୱରରେ ସାମାନ୍ୟ ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍ – Utkal Mail


ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୩୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୨୩୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୩୦୦ ଟଙ୍କା ଓ ୫୯,୨୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୩୦୦ ଟଙ୍କା ଓ ୫୯,୨୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୪୫୦ଟଙ୍କା ଓ ୫୯,୪୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୬୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୬୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୩୦୦ ଟଙ୍କା ଓ ୫୯,୨୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୩୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

The post ଆଜି ରାଜଧାନୀ ଭୁବନେଶ୍ୱରରେ ସାମାନ୍ୟ ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍ appeared first on KNews Odisha.


Related Articles

Leave a Reply

Your email address will not be published. Required fields are marked *

Back to top button