ଓଡିଶା

୧୭ ଯାଏ ହାଲୁକାରୁ ମଧ୍ୟମ ବର୍ଷା, ୯ଟି ଜିଲ୍ଲାକୁ ସତର୍କତା ଜାରି

ଭୁବନେଶ୍ୱର: ଆସନ୍ତା ୧୭ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ। ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ନିଅଣ୍ଟିଆ ବର୍ଷା ସ୍ଥିତି ବଢିବ। ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ଯରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

 

ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଘଡଘଡି ବିଜୁଳି ସହ ବର୍ଷା ପାଇଁ ୯ଟି ଜିଲ୍ଲାକୁ ସତର୍କତା ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଝାରସୁଗୁଡା ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆସନ୍ତା ୧୯ ତାରିଖ ଯାଏ ଏହା ପଶ୍ଚିମବଙ୍ଗ ଓ ସଂଲଗ୍ନ ଝାଡଖଣ୍ଡ ଉପରେ ରହିପାରେ। ଏହା ମୌସୁମୀ ଟ୍ରଫର ଏକ ଅଂଶବିଶେଷ ହେବ। ଏହାଦ୍ୱାରା ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବ। ୧୬ ତାରିଖରେ ୫ ଜିଲ୍ଲା, ୧୭ ତାରିଖରେ ୬ଟି ଓ ୧୮ ତାରିଖରେ ୫ ଜିଲ୍ଲାକୁ ସତର୍କ କରାଯାଇଛି।

ବର୍ତ୍ତମାନ ରାଜ୍ୟରେ ମୌସୁମୀ ନିମ୍ନଚାପରେଖା ସକ୍ରିୟ ରହିଥିବା ବେଳେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ, ଉତ୍ତର-ପୂର୍ବ ରାଜସ୍ଥାନ ଦେଇ ବାଂଲାଦେଶ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ଝାଡଖଣ୍ଡ ଏବଂ ଏହାର ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button