ଓଡିଶା

ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ

କଟକ – ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ ହେବାକୁ ଥିବା ମାଟ୍ରିକ ଓ ମଧ୍ୟମା ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।

ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ୧୦ଟାରେ ସରିବ। ‌ଭୋକେସନାଲ ଟ୍ରେଡ୍ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୮୦ ନମ୍ବର ପରୀକ୍ଷା କରାଯିବ। ଏଥିରେ ୫୦ ନମ୍ବର ସଂକ୍ଷିପ୍ତ ଉତ୍ତରମୂଳକ(ଏମ୍‌ସିକ୍ୟୁ) ପ୍ରଶ୍ନ ରହିବ ଯାହାର ଉତ୍ତରକୁ ଓଏମ୍‌ଆର୍‌ ସିଟ୍‌ରେ ପୂରଣ କରାଯିବ। ଅବଶି‌ଷ୍ଟ ୩୦ନମ୍ବର ସବ୍‌ଜେକ୍ଟିଭ୍‌ ପ୍ରଶ୍ନ ରହିବ ଓ ଏହାର ଉତ୍ତର ପ୍ରଶ୍ନପତ୍ର ବୁକ୍‌ଲେଟ୍‌ରେ ଲେଖିବାକୁ ପଡ଼ିବ। ଗଣିତ ବିଷୟରେ ଛାତ୍ରଛାତ୍ରୀଙ୍କୁ ଅତିରିକ୍ତ ୧୫ ମିନିଟ୍ ସମୟ ମିଳିବ ।

କାର୍ଯ୍ୟସୂଚୀ ଅନୁସାରେ ମାର୍ଚ୍ଚ ୧୦ ତାରିଖ ପରୀକ୍ଷାର ପ୍ରଥମ ଦିନ ପ୍ରଥମ ଭାଷା (ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲଗୁ, ଅଲଟରନେଟିଭ ଇଂରାଜୀ), ୧୩ ତାରିଖରେ ଦ୍ବିତୀୟ ଭାଷା (ଇଂରାଜୀ, ହିନ୍ଦୀ, ମୂକ ଓ ବଧିରଙ୍କ ପାଇଁ ପରିବେଶ ଓ ଜନସଂଖ୍ୟା),୧୪ ତାରିଖରେ ତୃତୀୟ ଭାଷା( ହିନ୍ଦୀ, ଓଡ଼ିଆ, ପାର୍ସି, ସଂସ୍କୃତ), ୧୬ତାରିଖରେ ସାଧାରଣ ବିଜ୍ଞାନ, ୧୮ତାରିଖରେ ସାମାଜିକ ବିଜ୍ଞାନ, ୨୦ ତାରିଖରେ ସୋମବାର ଗଣିତ ପରୀକ୍ଷା ହେବ ।

‌ଭୋକେସନାଲ ଟ୍ରେଡ ପ୍ରାକ୍ଟିକାଲ ପରୀକ୍ଷା ନିଜ ନିଜ ସ୍କୁଲରେ ଫେବ୍ରୁଆରି ୧୫ରୁ ୧୮ତାରିଖ ମଧ୍ୟରେ ହେବ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button