କ୍ରାଇମ

ନୂଆପଡ଼ାରେ ପୁଣି ମାଓ ତାଣ୍ଡବ: ବିଟ୍ ହାଉସ୍ ଓ ଜେସିବି ମେସିନ୍ ଜାଳି ଦେଲେ – Utkal Mail


ନୂଆପଡ଼ା: ନୂଆପଡ଼ାରେ ପୁଣି ମାଓ ତାଣ୍ଡବ। ସଦର ଥାନା ଅନ୍ତର୍ଗତ ଗୋଳାବନ୍ଧ ନାକାପଡ଼ାରେ ବୋମାମାଡ଼ କରି ବିଟ୍ ହାଉସ୍ ଓ ଜେସିବି ମେସିନ୍ ଜାଳି ଦେଲେ ମାଓବାଦୀ। ଗୋଟିଏ ଘରେ ଲାଗିଛି ସରକାର ବିରୋଧୀ ୮ଟି ଲାଲ୍ ବ୍ୟାନର୍।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୧୫ରୁ ୨୦ ଜଣ ସଶସ୍ତ୍ର ମାଓବାଦୀ କେରମେରି ପଞ୍ଚାୟତର ଗୋଳାବନ୍ଧ ନାକାପଡ଼ାରେ ବିଟ୍ ହାଉସ ଉପରକୁ ବୋମାମାଡ଼ କରିଥିଲେ। ଏହାଫଳରେ ବିଟ୍ ହାଉସ୍ ସଂପୂର୍ଣ୍ଣ ଜଳିଯାଇଥିଲା। ଏହାପରେ ସେ‌ମାନେ ଜେସିବି ମେସିନ୍ ଜାଳି ଦେଇଥିଲେ। ତାପରେ ମାଓବାଦୀମାନେ ଲ‌ାଲେଶ୍ବର ପାଣ୍ଡେଙ୍କ ଘରେ ସରକାର ବିରୋଧୀ ୮ଟି ଲାଲ୍ ବ୍ୟାନର୍ ଲଗାଇ ଚାଲିଯାଇଥିଲେ।

ନୂଆପଡ଼ାରୁ ମାତ୍ର ୧୨ କିଲୋମିଟର ଦୂର ଏହି ଗାଁରେ ରି‌ପୋର୍ଟ ଲେଖାଯିବା ଯାଏ ପୁଲିସ ପହଞ୍ଚି ନଥିବା ଜଣାଯାଇଛି। ଏଣେଏଭଳି ଘଟଣାକୁ ନେଇ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ଥିବା ଜଣାଯାଇଛି।




utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button