ରାଶିଫଳ

10 ନଭେମ୍ବର 2018 ଶନିବାର – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ।

ବୃଷ:-

ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ।

ମିଥୁନ:-

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ। ଶରୀର ଭଲ ରହିବନାହିଁ।

କର୍କଟ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସରକାରୀ କାମରେ ସଫଳତା ପାଇବେ।

ସିଂହ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ।

କନ୍ୟା:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ।

ତୁଳା:-

ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ। ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ସୃଷ୍ଟିହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ।

ବିଛା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ।

ଧନୁ:-

ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ।

ମକର:-

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ଧନ ପାଇବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ।

କୁମ୍ଭ:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇପାରେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ।

ମୀନ:-

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button